fbpx
BSKY
BJD SHG SKY
BJD MC SKY

ମାହାଙ୍ଗା ଡବଲ ମର୍ଡର ମାମଲା; ହାଇକୋର୍ଟରେ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି, ଆସନ୍ତା ୧୩ ଯାଏଁ ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର: ମାହାଙ୍ଗା ଡବଲ ମର୍ଡର ମାମଲାରେ ହାଇକୋର୍ଟରେ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି । ଶୁଣାଣି ଘୁଞ୍ଚିଲା, ଆସନ୍ତା ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି । ପରବର୍ତ୍ତୀ ଶୁଣାଣି ଯାଏଁ ଅନ୍ତରୀଣ ସୁରକ୍ଷାରେ ରହିବେ ମାହାଙ୍ଗା ବିଧାୟକ ପ୍ରତାପ ଜେନା । ସାଲେପୁର JMFCଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ । ୩୦୨ରେ ମାମଲା ଚାଲୁ ପାଇଁ ତଳକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ ।

ଉଲ୍ଲେଖଯୋଗ୍ୟ ଯେ,  2021 ମସିହା ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ମାହାଙ୍ଗାରର ବରିଷ୍ଠ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସଂପର୍କୀୟ ଦିବ୍ୟ ସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ କରାଯାଇଥିବାବେଳେ, ଏହି ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା । ଏପରିକି ସ୍ଥାନୀୟ ବିଧାୟକ ତଥା ଆଇନମନ୍ତ୍ରୀଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା । ତେବେ ପୁଲିସ ଚାର୍ଜସିଟ୍ ଦାଖଲ ବେଳେ ମନ୍ତ୍ରୀଙ୍କ ନାଁକୁ କାଟି ଦେଇଥିବା ନେଇ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ କୋର୍ଟରେ ପ୍ରୋଟେଷ୍ଟ ପିଟିସନ୍ କରିଥିଲେ।

Get real time updates directly on you device, subscribe now.