fbpx

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୩୦ ।୧: ଜାତୀୟ ପିତା ମହାତ୍ମାଗାନ୍ଧୀଙ୍କ ଆଜି ତିରୋଧାନ ଦିବସ । ଆଜିବି ସମଗ୍ର ଦେଶବାସୀ ଗାନ୍ଧୀଙ୍କୁ ମନେ ପକାଉଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜଘାଟରେ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ଏହା ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପୂର୍ବ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ଉପରାଷ୍ଟ୍ରପତି ମଧ୍ୟ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ତେବେ ଆଜିର ଦିନରେ ୧୯୪୮ ମସିହାରେ ମଥୁରାମ ଗୋଡସେ ମହାତ୍ମାଙ୍କୁ ଗୁଳି କରି ହତ୍ୟା କରିଥିଲେ । ଏହି ଅବସରରେ ଦେଶର ବଡ ବଡ ସ୍ଥାନରେ ନାଗରକତା ସଂଶୋଧନ ଆଇନକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯିବ ।

Get real time updates directly on you device, subscribe now.