fbpx

ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର, ଆଇସିୟୁରେ ଚାଲିଛି ଚିକିତ୍ସା

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଅଛି ବୋଲି ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି । ସେ ଏବେ ଆଇସିୟୁରେ ରହି ଚିକିତ୍ସିତ ହେଉଛନ୍ତି । ମହେଶ୍ୱର ମହାନ୍ତିଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଛନ୍ତି ଅନେକ ବିଜେଡି ନେତା । ଅମର ପ୍ରସାଦ ଶତପଥି, ଉମା ସାମନ୍ତରାୟ, ରୁଦ୍ର ମହାରାଥୀଙ୍କ ଭଳି ପ୍ରମୁଖ ନେତା ହସ୍ପିଟାଲରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି ।

ମହେଶ୍ୱର ମହାନ୍ତିଙ୍କ ପୁଅ ସୁନୀଲ ମହାନ୍ତି କହିଛନ୍ତି ଯେ, ୨ଦିନ ତଳେ ବାପାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ମଙ୍ଗଳବାର ସନ୍ଧ୍ୟାରେ ସେ ବଡଶଙ୍ଖ ଗଜଲକ୍ଷ୍ମୀ ପୂଜାରେ ଯୋଗ ଦେଇ ଘରକୁ ଫେରିବା ପରେ ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କ ଦେହ ଥରିବା ଆରମ୍ଭ କରିଥିଲା । ଏହାପରେ ତାଙ୍କୁ ତୁରନ୍ତ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

Get real time updates directly on you device, subscribe now.