CHARIDHAM

ମଣ୍ଡିରୁ ଧାନ ଉଠାଇବା ମାମଲା : ୧୧ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

୧୧ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି । ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି...

ଛତ୍ରପୁର: ୧୧ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି । ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିବା ସୂଚନା ମିଳିଛି ।

ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର ୪ ଜଣ ଓ ପୁରୁଷୋତ୍ତମ ବ୍ଳକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।

ଏଠାରେ ପ୍ରକାଶ ଥାଉକି ଚଳିତ ମାସ ଜାନୁଆରି ୨୦ ତାରିଖରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ଉପଜିଲ୍ଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଯୋଗାଣ ବିଭାଗ ଓ ସମବାୟ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।

ଜିଲ୍ଲା ପ୍ରଶାସନ ତରଫରୁ ୧୧ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇ ଅବିଳମ୍ବେ ମଣ୍ଡିରୁ ଧାନ ଉଠାଇବାକୁ ତାଗିଦ୍ କରାଯାଇଅଛି। ଏହାର ଖିଲାପ କଲେ ଜିଲ୍ଲା ପ୍ରଶାସନ ତରଫରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାଇ ଦିଆଯାଇଛି।