fbpx

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମନୋହରଲାଲ ଖଟ୍ଟର: ନିଜ ଶକ୍ତିରେ ନିର୍ବାଚନ ଲଢିବ ବିଜେପି

ନୂଆଦିଲ୍ଲୀ: ରାଜ୍ୟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର । ବିଧାୟକ ଦଳର ମିଟିଙ୍ଗ ପରେ ଏ ନେଇ ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ହରିୟାଣାରେ ନିଜ ଶକ୍ତି ବଳରେ ହିଁ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି । ମୁଖ୍ୟମନ୍ତ୍ରୀ ମନୋହରଙ୍କ ସହ ସମ୍ପୂର୍ଣ୍ଣ କ୍ୟାବିନେଟ ମଧ୍ୟ ପପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି ।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଆଜି ସକାଳ ୧୧ଟାରେ ବିଜେପି ବିଧାୟକ ଦଳ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେଇଥିଲେ । ଏହି ବୈଠକରେ ପରେ ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମନୋହର ଲାଲ ଖଟ୍ଟର । ମୁଖ୍ୟମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିଥିଲେ ।

Get real time updates directly on you device, subscribe now.