fbpx

ମନୋଜ ଆହୁଜା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ: GA ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଲା

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୧୯୯୦ ବ୍ୟାଚର ବରିଷ୍ଠ ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ମନୋଜ ଆହୁଜାଙ୍କୁ ମିଳିଛି ଏକ ବଡ଼ ଦାୟିତ୍ୱ । ମନୋଜଙ୍କୁ ରାଜ୍ୟ ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ନିକଟରେ ମନୋଜ କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିଥିଲେ । ତେଣୁ ସେ ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । ମନୋଜଙ୍କ ଏହି ନୂଆ ନିଯୁକ୍ତିକୁ ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ (ଜିଏ) ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।

ରାଜ୍ୟର ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆସନ୍ତା ୩୦ ତାରିଖରେ ଦାୟିତ୍ୱରୁ ଅବସର ଗ୍ରହଣ କରିବେ । ଶ୍ରୀ ଜେନା ଅବସର ନେବା ପରେ ତାଙ୍କ ସ୍ଥାନରେ ଶ୍ରୀ ଆହୁଜା ମୁଖ୍ୟ ଶାସନ ସଚିବ ଭାର ସମ୍ଭାଳିବେ । ଏଥିସହିତ ଶ୍ରୀ ଆହୁଜା ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ୱ ଗ୍ରହଣ କରିବେ । ନିକଟରେ ଶ୍ରୀ ଆହୁଜା କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ । ସେ କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସଚିବ ଥିଲେ । ଶ୍ରୀ ଆହୁଜାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟର ବିଜେପି ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ । ଏହାପରେ କେନ୍ଦ୍ର ସରକାର ଶ୍ରୀ ଆହୁଜାଙ୍କୁ ତାଙ୍କ ଗୃହ କ୍ୟାଡରୁ ଫେରିବା ନେଇ ଅନୁମତି ପ୍ରଦାନ କରିଥିଲେ ।

Get real time updates directly on you device, subscribe now.