fbpx

ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୧୯୯୦ ବ୍ୟାଚର ବରିଷ୍ଠ ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ମନୋଜ ଆହୁଜା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଲୋକସେବା ଭବନରେ ଶ୍ରୀ ଆୟୁଜା ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ଆହୁଜା ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇବା ନେଇ ଗତ ୨୮ ତାରିଖରେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ (ଜିଏ) ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

ରାଜ୍ୟର ମୁଖ୍ୟ ଶାସନ ସଚିବ ପଦରୁ ପ୍ରଦୀପ ଜେନା ଆଜି ଅବସର ଗ୍ରହଣ କରିଛନ୍ତି । ଶ୍ରୀ ଜେନାଙ୍କ ଅବସର ପରେ ଶ୍ରୀ ଆହୁଜି ଆଜି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ଆହୁଜା ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି । ନିକଟରେ ଶ୍ରୀ ଆହୁଜା କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ । ସେ କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସଚିବ ଥିଲେ । ଶ୍ରୀ ଆହୁଜାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟର ବିଜେପି ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ । ଏହାପରେ କେନ୍ଦ୍ର ସରକାର ଶ୍ରୀ ଆହୁଜାଙ୍କୁ ତାଙ୍କ ଗୃହ କ୍ୟାଡରୁ ଫେରିବା ନେଇ ଅନୁମତି ପ୍ରଦାନ କରିଥିଲେ ।

Get real time updates directly on you device, subscribe now.