ରାତି ଅଧରେ ଗଦି କାରଖାନାରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ଗଦି କାରଖାନା ।

ଭୁବନେଶ୍ବର: ରାତି ଅଧରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଳିଗଲା ଗଦି କାରଖାନା । ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଦେଖିବାକୁ ମିଳିଛି ଭୟଙ୍କର ଅଗ୍ନିକାଣ୍ଡ । ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡରେ ହୁହୁ ହୋଇ ଜଳିଯାଇଛି ଗଦି କାରଖାନା । ।

ଟିକେ. ଫୋମ ଇଣ୍ଡଷ୍ଟ୍ରୀରେ ଏହି ନିଆଁ ଲାଗିଥିବା ଜଣାପଡ଼ିଛି । ଘଟଣାସ୍ଥଳରେ 5ଟି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଭୟଙ୍କର ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଥିବା ବେଳେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ।