fbpx

ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ଖାତାଦେଖା

ଓଡ଼ିଶା ଭାସ୍କର: ଚଳିତ ବର୍ଷ ୫ଲକ୍ଷ ୫୧ ହଜାର ୬୧୧ ଜଣ ମାଟ୍ରିକ, ୭୮୩୧ଜଣ ମୁକ୍ତ ବିଦ୍ୟାଳୟ ଓ ୩୦୩୭ଜଣ ମଧ୍ୟମା ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ। ସେହିପରି ରାଜ୍ୟରେ ମୋଟ ୩,୦୪୭ଟି ପରୀକ୍ଷା କେନ୍ଦ୍ର ଓ ପ୍ରଶ୍ନପତ୍ର ଗଚ୍ଛିତ ପାଇଁ ୩୧୩ଟି ନୋଡାଲ କେନ୍ଦ୍ର କରାଯାଇଥିଲା। ତେବେ ମାର୍ଚ୍ଚ ୪ ତାରିଖରୁ ଏହି ମାଟ୍ରିକ ପରୀକ୍ଷା ଶେଷ ହୋଇଥିବା ବେଳେ ଆସନ୍ତାକାଲିଠୁ ଅର୍ଥାତ ମାର୍ଚ୍ଚ ୧୫ ତାରିଖଠାରୁ ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷାର ମୂଲ୍ୟାୟନ କାର୍ୟ୍ୟ ଆରମ୍ଭ ହେବ। ଏଥିପାଇଁ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷକ ନିୟୋଜିତ ହୋଇଛନ୍ତି।

ତେବେ ମିଳିଥିବା ସୂଚନା ଅନୁଯାୟୀ, ପରୀକ୍ଷକମାନଙ୍କ ତାଲିମ ଶେଷ ହୋଇଛି। ସେମାନେ ମୂଲ୍ୟାୟନ କେନ୍ଦ୍ରରେ ଯୋଗ ଦେଇସାରିଛନ୍ତି। ସେହିପରି ଜିଲ୍ଲା ଶିକ୍ଷାଧିକାରୀମାନେ ମୂଲ୍ୟାୟନ କେନ୍ଦ୍ର ପରିଚାଳନାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରୁଛନ୍ତି। ରାଜ୍ୟରେ ମୋଟ ୫୬ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ମୂଲ୍ୟାୟନ ଆରମ୍ଭ ହେବାର ୧୫ ଦିନ ମଧ୍ୟରେ ଖାତାଦେଖା କାର୍ୟ୍ୟ ଶେଷ କରାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ପରୀକ୍ଷା ଫଳକୁ ନେଇ ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଅପେକ୍ଷା କରି ବସିଛନ୍ତି। ଫଳାଫଳ ପ୍ରକାଶ ପାଇବା ଆରମ୍ଭ ହୋଇଯିବ କଲେଜ ନାମଲେଖା ପ୍ରକ୍ରିୟା।

 

Get real time updates directly on you device, subscribe now.