fbpx

ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମାଟ୍ରିକ ରେଜଲ୍ଟକୁ ଅପେକ୍ଷା କରିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର । ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ରେଜଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି ବୋଲି ସେ କହିଛନ୍ତି । ଯାହା ପ୍ରକ୍ରିୟା ରହିଛି, ତାକୁ ଶୀଘ୍ର ସାରିବାକୁ ଗଣଶିକ୍ଷା ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଅଫଲାଇନ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ । ମାଟ୍ରିକ୍‌ ପରୀକ୍ଷା ଏପ୍ରିଲ ୨୯ରୁ ମେ’ ୭ ତାରିଖ ଯାଏ ଚାଲିଥିଲା । ତେବେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ରହିବା ନେଇ ବିବାଦ ଦେଖାଦେଇଥିଲା । ଏହାର ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛି ଗଣଶିକ୍ଷା ବିଭାଗ ।

Get real time updates directly on you device, subscribe now.