fbpx

ସୋମବାର ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ; ଆଜି ପୂର୍ବାହ୍ନରେ ତାରିଖ ଘୋଷଣା କରିବ ବୋର୍ଡ

AAKASH

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ସୋମବାର ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ । ଆଜି ପୂର୍ବାହ୍ନରେ ତାରିଖ ଘୋଷଣା କରିବ ବୋର୍ଡ । ୨୭ ତାରିଖରେ ପରୀକ୍ଷା ଫଳ ପ୍ରକାଶ ସମ୍ଭାବନା । ସାଢ଼େ ୫ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଦେଇଛନ୍ତି ପରୀକ୍ଷା । ମାଟ୍ରିକ୍ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ । ପରୀକ୍ଷା ଫଳ ସହ ରହିଛି ଡିଜିଟାଲ ସାର୍ଟିଫିକେଟ୍ ପ୍ରଦାନ ଯୋଜନା ।

ସାଧାରଣ ନିର୍ବାଚନ ପାଇଁ ବିଳମ୍ୱରେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ଚର୍ଚ୍ଚା । ପରୀକ୍ଷା ଫଳ ବାହାରିବା ସମୟରେ ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ୍ କରିପାରିବେ ଛାତ୍ରଛାତ୍ରୀ । ଚଳିତ ବର୍ଷ ଡିଜିଟାଲ ସାର୍ଟିଫିକେଟ ବ୍ୟବସ୍ଥା ପ୍ରଥମ ଥର ପାଇଁ ପ୍ରଚଳିତ ହେବାର ଯୋଜନା ଥିବାରୁ ତ୍ରୁଟିଶୂନ୍ୟ ସାର୍ଟିଫିକେଟ ପ୍ରସ୍ତୁତି ପାଇଁ ବୋର୍ଡ ପକ୍ଷରୁ ଏକ୍ସପର୍ଟଙ୍କ ସହାୟତା ଦିଆଯାଇଛି ।

ଫଳ ପ୍ରକାଶନ ପରେ କୃତୀ ପରୀକ୍ଷାର୍ଥୀଙ୍କୁ ଡିଜିଟାଲ ସାର୍ଟିଫିକେଟ ପ୍ରଦାନ କରାଯିବ । ପରୀକ୍ଷାର୍ଥୀମାନେ କିପରି ହ୍ୱାଟସଆପରେ ନିଜ ନିଜର ରେଜଲ୍ଟ ଜାଣିପାରିବେ ତା’ ଉପରେ ମଧ୍ୟ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି । ପରୀକ୍ଷାର୍ଥୀମାନେ ଫର୍ମ ପୂରଣ ସମୟରେ ଯେଉଁ ମୋବାଇଲକୁ ରେଜିଷ୍ଟ୍ରେସନ କରାଇଥିଲେ ଉକ୍ତ ନମ୍ବରରେ ଲିଙ୍କ ପଠାଯିବ ।

ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଏଥର ସାର୍ଟିଫିକେଟ ପାଇବା ପାଇଁ କୃତୀ ପରୀକ୍ଷାର୍ଥୀଙ୍କୁ ଆଉ ମାସାଧିକ କାଳ ଅପେକ୍ଷା କରିବାକୁ ପଡ଼ିବ ନାହିଁ ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି । ସୂଚନାଯୋଗ୍ୟ ଯେ, ଗତ ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ସହ ମଧ୍ୟମା, ଏସଓଏସସି ପରୀକ୍ଷା ହୋଇଥିଲା । ରାଜ୍ୟରେ ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।

Get real time updates directly on you device, subscribe now.