fbpx

୬ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ତେବେ ୬ ତାରିଖ ଦିନ ଗୋଟାଏ ବେଳେ ରେଜଲ୍ଟ ପ୍ରକାଶ ପାଇବ ।

ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା।

Get real time updates directly on you device, subscribe now.