ଅଗଷ୍ଟ ୧୬ ରେ ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାଫଳ, ଜାଣନ୍ତୁ କେଉଁ ସମୟରେ ବାହାରିବ ରେଜଲ୍ଟ

ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାଫଳ । ଅଗଷ୍ଟ 16ରେ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ଦ୍ୱିତୀୟର ପରୀକ୍ଷା ଫଳ ପ୍ରକାଶିତ ହେବ ।

କଟକ: ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାଫଳ । ଅଗଷ୍ଟ 16ରେ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ଦ୍ୱିତୀୟର ପରୀକ୍ଷା ଫଳ ପ୍ରକାଶିତ ହେବ । ଦିନ ସାଢେ 12ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସ୍ଥିର ହୋଇଛି ।

ଜୁନ ୩୦ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ପରୀକ୍ଷା ଜୁଲାଇ ୧୦ ତାରିଖରେ ଶେଷ ହୋଇଥିଲା । ଜୁଲାଇ ୧୪ ତାରିଖରୁ ଖାତା ଦେଖା ହୋଇ ୨୦ ତାରିଖ ସୁଦ୍ଧା ଖାତା ଦେଖା ଶେଷ କରିବା ସହିତ ଦୁଇ ସପ୍ତାହ ମଧ୍ୟରେ ରେଜଲ୍ଟ ପ୍ରୋସେସିଂ ହୋଇଥିଲା ।

ଚଳିତ ଥର ରାଜ୍ୟ ମୁକ୍ତ ବିଦ୍ୟାଳୟ ବା ଓପନ ସ୍କୁଲ ପରୀକ୍ଷା ୧୦୩ ଟି କେନ୍ଦ୍ରରେ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଦେଇଛନ୍ତି । ସେହିପରି ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ସପ୍ଲିମେଣ୍ଟାରୀ ପରୀକ୍ଷାରେ ୭ ଜଣ ପରୀକ୍ଷାର୍ଥୀ କପି କରି ଧରା ପଡିଥିଲେ ।