fbpx
BSKY SKY
BSKY SKY

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ: ୮୦ଟି କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

BSKY

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଚଳିତବର୍ଷ ମାଟ୍ରିକରେ ଫେଲ ହୋଇଥିବା ଛାତ୍ରଛାତ୍ରୀମାନେ ଏହି ପରୀକ୍ଷାରେ ଏହି ପରୀକ୍ଷା ଦେଇପାରିବେ । ଆଜିଠାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ । ତେଣୁ ଏଥିପାଇଁ ରାଜ୍ୟରେ ମୋଟ ୮୦ଟି ପରୀକ୍ଷା କେନ୍ଦ୍ର ଖୋଲାଯାଇଛି । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

ରାଜ୍ୟରେ ଆସନ୍ତା ୩ ତାରିଖରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ । ଏହା ୮ ତାରିଖ ପର୍ୟ୍ୟନ୍ତ ଚାଲିବ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଚଳିତବର୍ଷ ୮୦ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ଛାତ୍ରଛାତ୍ରୀମାନେ www.bseodisha.ac.in ରେ ପ୍ରବେଶପତ୍ର ଡାଉନ୍ଲୋଡ କରିପାରିବେ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷାରେ ୧୩୧୧ ଛାତ୍ରଛାତ୍ରୀ ଫେଲ୍ ହୋଇଥିଲେ। ଏମାନଙ୍କ ସମେତ ୮୧୯୫ ଜଣ ଷ୍ଟେଟ୍ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷାର୍ଥୀ ନିଜ ଭାଗ୍ୟକୁ ପୁଣି କଷିବେ। ପରୀକ୍ଷା ଫଳ ତତ୍କାଳ ଘୋଷଣା ପରେ ସେମାନଙ୍କୁ ଚଳିତ ବର୍ଷ ଯୁକ୍ତ ଆଡମିସନ ପ୍ରକ୍ରିୟାରେ ମଧ୍ୟ ସୁଯୋଗ ମିଳିବ ବୋଲି ଜଣାପଡ଼ିଛି। ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ମେ’ ୨୬ ତାରିଖରୁ ଫର୍ମ ଫିଲଅପ୍ ଆରମ୍ଭ ହୋଇ ଜୁନ୍ ୧ ତାରିଖ ପର୍ୟ୍ୟନ୍ତ ଚାଲିଥିଲା।

 

Get real time updates directly on you device, subscribe now.