ଫେବୃଆରୀ ୨୧ ତାରିଖରୁ ହେବ ମାଟ୍ରିକ ପରୀକ୍ଷା; ସୂଚୀ ପ୍ରକାଶ କଲା ମାଧ୍ୟମିକ ଶିକ୍ଷା ବୋର୍ଡ

କଟକ : (ଓଡ଼ିଶା ଭାସ୍କର) ଚଳିତ ବର୍ଷ  ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ମାଟ୍ରିକ ପରୀକ୍ଷା ସୂଚୀ ପ୍ରକାଶ କଲା ମାଧ୍ୟମିକ ଶିକ୍ଷା ବୋର୍ଡ । ଫେବୃଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୂଚୀ ଘୋଷଣା ।

୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ । ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ । ୨୭ରେ ଗଣିତ ଓ ମାର୍ଚ୍ଚ ୧ରେ ବିଜ୍ଞାନ ପରୀକ୍ଷା ହେବ । ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ ଓ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି

ସକାଳ ୯ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ ସମୟ ଦିଆଯିବ । ସେହି ଦୃଷ୍ଟିରୁ ଗଣିତ ପରୀକ୍ଷା ୧୧ଟା ୪୫ରେ ସରିବ ।

ପରୀକ୍ଷା ତଦାରଖ ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ ବ୍ୟବସ୍ଥା । ସବୁ ନୋଡାଲ ଓ ପରୀକ୍ଷା କେନ୍ଦ୍ରରେ ରହିବ ସିସିଟିଭି । ଓ୍ୱେବ ଟେଲିକାଷ୍ଟିଂ କରିବା ଯୋଜନା କରାଯାଉଛି । ଇଓ ଜରିଆରେ ପରିଚାଳନା ତ୍ରୁଟି ଜାଣିବାକୁ ବ୍ୟବସ୍ଥା ।