fbpx

ରାଜ୍ୟରେ ୫ଟି ସହରର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ : ୨୪ ଘଣ୍ଟା ମଧ୍ୟରେ ଏହିସବୁ ସ୍ଥାନରେ ହୋଇପାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଛି । ଆଜି ୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ରହିଛି । ଦିନର ସର୍ବୋଚ୍ଚ ତାପମାତ୍ରା ଟିଟିଲାଗଡ଼, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡ଼ରେ ୪୦ ଡିଗ୍ରୀ ସେଲ୍‍ସିୟସ୍‍ ରେକର୍ଡ଼ କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହିସବୁ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨ ଦିନ ମଧ୍ୟରେ ଦିନ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Get real time updates directly on you device, subscribe now.