fbpx

୧୦ ଜିଲ୍ଲାକୁ ପାଣିପାଗ ବିଭାଗର ରେଡ୍ ୱାର୍ଣ୍ଣିଂ, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ

Advertisement

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ଏହା ଗଭୀର ଅବପାତରେ ପରିଣତ ହୋଇଛି । ଉତ୍ତର-ବଙ୍ଗୋପସାଗର କେନ୍ଦ୍ରୀୟ ଅଂଚଳରେ ଏହା କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଲଗାଣିଆ ବର୍ଷା ଜାରି ରହିଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୫ ଜିଲ୍ଲା ପାଇଁ ପାଇଁ ଅରେଞ୍ଜ୍‍ ୱାର୍ଣ୍ଣିଂ ଓ ୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନା ଅନୁଯାୟୀ, ପାଣିପାଗ ବିଭାଗ ୧୦ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛନ୍ତି । ସେଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝରକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

ସେହିପରି ରାଜ୍ୟର ୫ଜିଲ୍ଲାୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା, ଢେଙ୍କାନାଳ, ମୟୁରଭଞ୍ଜ, ନୂଆପଡା, କଳାହାଣ୍ଡି ଓ କନ୍ଧମାଳ । ଅନ୍ୟପଟେ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, କଟକ, ଯାଜପୁର, ନୟାଗଡ଼ ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ତ୍ତମାନ ସମୟରେ ସମୁଦ୍ର ଅଶାନ୍ତ ରହିପାରେ ତେଣୁ, ସମସ୍ତ ମତ୍ସ୍ୟଜୀବିମାନଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି ।

Get real time updates directly on you device, subscribe now.