ପାଣିପାଗ ବିଭାଗର ଆଲର୍ଟ, ଜୁଲାଇ ୨ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା !
ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୨ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା।
ଭୁବନେଶ୍ୱର: ଜୁଲାଇ ୨ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୨ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା।
ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କାଲି ୬ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି।
ସେହିସବୁ ଜିଲ୍ଲା ଗୁଡ଼ିକ ହେଲା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲା। ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି।
ବରଗଡ଼, ନୂଆପଡ଼ା, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ଼, ମୟୁରଭଞ୍ଜ, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି ହୋଇଛି।
ଏହାସହ ବିଜୁଳି, ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଓ୍ୱାର୍ଣ୍ଣିଂ ରହିଛି। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।