fbpx
BSKY SKY
BSKY SKY

ଓଡିଶାର ଏହି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା, ଜାଣନ୍ତୁ କେଉଁଠି?

BSKY

ଫୁଲବାଣୀ,୩ ।୪(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ପୁଣି ସକ୍ରିୟ ହେବାରେ ଲାଗିଛି । ଏହାରି ମଧ୍ୟରେ ଫୁଲବାଣୀ ପୌରାଞ୍ଚଳର ୨ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ୨ ନମ୍ବର ୱାର୍ଡ ଡାକପାଳର ସ୍କୁଲ ସାହି ଓ ୫ ନମ୍ବର ୱାର୍ଡର ୫ଟି ଘରକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଥିବା ଜଣାପଡିଛି । ଡାକପାଲିର ସ୍କୁଲ ସାହିରୁ ୮ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି । ସେହିପରି ୫ ନମ୍ବର ୱାର୍ଡର ଗୋଟିଏ ଘରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି । ଏହାକୁ ଦୃଷ୍ଟିରେ ରଖି ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି ଫୁଲବାଣୀ ଜିଲ୍ଲାପାଳ ।

ତେବେ ଆଜି ରାଜ୍ୟରେ ପୁଣି ୪୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୭ ହଜାର ୪୩୦ ରହିଥିବା ବେଳେ ୨୮୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.