ଭୁବନେଶ୍ବର: ୯ମ ଓ ୧୦ମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ । କଟକରେ ବର୍ତ୍ତମାନ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଣିକି ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ କରିବେ ।
ପୂର୍ବରୁ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ସରକାର ମଧ୍ୟାହ୍ନ ଭୋଜନ ମିଳୁଥିଲା । କିନ୍ତୁ ବର୍ତ୍ତମାନ ଦଶମ ଯାଏଁ ଛାତ୍ରଛାତ୍ରୀ ସ୍କୁଲରେ ଖାଇବାର ବ୍ୟବସ୍ଥା କରିବା ନେଇ କଟକରେ ଏକ ଆୟୋଜିତ କାର୍ଯ୍ୟକ୍ରମରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।