fbpx

ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ଭୁବନେଶ୍ୱର, ୩ା୯(ଓଡ଼ିଶା ଭାସ୍କର): (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ରାଜ୍ୟ ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସେ ନିଜେ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ପଦ୍ମିନୀ ଦିଆନ ଅନୁରୋଧ କରିଛନ୍ତ ।

Get real time updates directly on you device, subscribe now.