fbpx

ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର, ୧୧ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଓ ସେ ହୋମ ଆଇସୋଲେସନରେ ଅଛନ୍ତି ବୋଲି କହିଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ଦରକାର ପଡ଼ିଲେ କୋଭିଡ଼ ପରୀକ୍ଷା କରିବା ପାଇଁ ଟୁକୁନି ସାହୁ ଅନୁରୋଧ କରିଛନ୍ତି ।

Get real time updates directly on you device, subscribe now.