fbpx

ଆସନ୍ତାକାଲିଠାରୁ ଖୋଲିବ ନବମ ଓ ଏକାଦଶ: ସ୍କୁଲ ଖୋଲିବା ନେଇ କଣ କହିଲେ ଗଣଶିକ୍ଷା ମନ୍ତ୍ରୀ

Advertisement

ଭୁବନେଶ୍ୱର, ୭ା୨ (ଓଡିଶା ଭାସ୍କର): ଆସନ୍ତାକାଲିଠାରୁ ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ସ୍କୁଲ । କରୋନା ମହାମାରୀ କାରଣରୁ ଶିକ୍ଷାନୁଷ୍ଠାନଗୁଡ଼ିକ ପ୍ରାୟତଃ ବନ୍ଦ ରହିଥିଲା । କରୋନାରେ ଧିରେଧିରେ ସୁଧାର ଆସିବା ପରେ ଏବେ ନବମ ଓ ଏକାଦଶ ଶ୍ରେଣୀ ଖୋଲିବାକୁ ଅନୁମତି ଦିଆଯାଇଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସବିଶେଷ ସୂଚନା ପ୍ରଦାନ କରିଛନ୍ତି ।

ମନ୍ତ୍ରୀ କହିଛନ୍ତି ଯେ, ଆସନ୍ତାକାଲିଠାରୁ ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ । ପରୀକ୍ଷା ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବାକୁ ଅନୁମତି ଦିଆଯାଇଥିଲା । ତେବେ ଏଥିପାଇଁ ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି ।

Get real time updates directly on you device, subscribe now.