fbpx
BJD SKY
BJD SKY

ମିଥୁନ ଦା’ଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଆରୋଗ୍ୟ କାମନା କଲେ ପ୍ରଶଂସକ

BJD

କୋଲକାତା: ଅଭିନେତା ଏବଂ ରାଜନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ବର୍ତ୍ତମାନ ସେ ଅସୁସ୍ଥ ଅଛନ୍ତି । ଆଜି ସକାଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବା କାରଣରୁ କାଲକାତାର ଏକ ଘରୋଇ ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରାଯାଇଥିବା ରିପୋର୍ଟରୁ ପ୍ରକାଶ । ମିଥୁନଙ୍କ ପ୍ରଶଂସକମାନେ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ତେବେ ମିଥୁନଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କିତ ଅଧିକ ଡିଟେଲ୍ସ ଜଣାପଡ଼ି ନାହିଁ ।

ମିଥୁନ ଚକ୍ରବର୍ତ୍ତୀଙ୍କୁ ଭାରତ ସରକାରଙ୍କଦ୍ବାରା ପ୍ରଦତ୍ତ ତୃତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମଭୂଷଣ ପ୍ରଦାନ କରାଯିବ ବୋଲି ଜାନୁଆରି ୨୪ରେ ଘୋଷଣା କରାଯାଇଥିଲା। ଏ ସଂକ୍ରାନ୍ତରେ ପ୍ରତିକ୍ରିୟା ବ୍ୟକ୍ତ କରି ଭିଡିଓ ବାର୍ତ୍ତାରେ ବଙ୍ଗଳା ଭାଷାରେ ଚକ୍ରବର୍ତ୍ତୀ କହିଥିଲେ, ମୁଁ ଗୌରବାନ୍ବିତ। ଏ ସମ୍ମାନ ଗ୍ରହଣ କରି ମୁଁ  ଆନନ୍ଦିତ। ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ମୁଁ କେବେ କାହାକୁ କିଛି ମାଗିନାହିଁ। ନ ମାଗି ମଧ୍ୟ କିଛି ପାଇଲେ ଯେମିତି ଲାଗେ, ମତେ ଆଜି ସେମିତି ଲାଗୁଛି। ଏ ଅନୁଭୂତି ସମ୍ପୂର୍ଣ୍ଣ ଭିନ୍ନ। ବଡ଼ ବିଚିତ୍ର ଅନୁଭୂତି।

Get real time updates directly on you device, subscribe now.