fbpx

ଅନାମ ନାଏକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୨୬ ।୨(ଓଡିଶା ଭାସ୍କର): ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାଏକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ଅନାମଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ଓଡିଶା ହାଇକୋର୍ଟ । ଆୟବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଅନାମ ଗିରଫ ହୋଇଥିଲେ ।

ଉଲ୍ଲେଖଯୋଗ୍ୟ ଯେ, ଜାନୁଆରି ୧୭ରେ ପୂର୍ବତନ ବିଧାୟକ ଅନାମଙ୍କ ଭବାନୀପାଟଣା ସହରସ୍ଥିତ ନକଟିଗୁଡ଼ା ବାସଭବନ, ପୁରୁଣାପଡ଼ା ଛକ ନିକଟ ନିର୍ମାଣାଧୀନ ଲଜ୍‌ ଓ ମଦନପୁର-ରାମପୁରସ୍ଥିତ ହୋଟେଲ ‌ଉପରେ କୋରାପୁଟ ଭିଜିଲାନ୍ସର ଏକକାଳୀନ ତିନିଟି ଟିମ୍ ଚଢ଼ଉ କରିଥିଲା । ବହୁ ପରିମାଣର ଜମି ଓ ଅନ୍ୟାନ୍ୟ ସମ୍ପତ୍ତିର କାଗଜପତ୍ର ଭିଜିଲାନ୍ସ ଜବତ କରିଥିଲା । ଏହି ସମୟରେ ୩ କୋଟି ୪୨ ଲକ୍ଷ ୯୯ ହଜାର ୪୦୨ ଟଙ୍କାର ସମ୍ପତ୍ତି ତାଙ୍କର ଠାବ କରାଯାଇଥିଲା । ବିଭିନ୍ନ ବ୍ୟାଙ୍କରେ ଜମାଥିବା ତା‌ଙ୍କର ୪୯ଲକ୍ଷ ଟଙ୍କା ଠାବ କରାଯାଇଥିଲା । ସେ ୧ କୋଟି ୫୪ ଲକ୍ଷ ୧୨ ହଜାର ୨୬୦ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଥିଲା । ତାଙ୍କୁ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଥିଲା ।

Get real time updates directly on you device, subscribe now.