fbpx

ବିଧାୟକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ: ରାଜ୍ୟ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ତେବେ ନିର୍ବାଚନର ମତଦାନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ନିଜ ନିଜର ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏଭଳି ସ୍ଥିତିରେ ନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳିଛି ।

ତେବେ ଏହା ମଧ୍ୟରେ ଆସିଛି ଏକ ବଡ଼ ଖବର । ରାଜ୍ୟ ବିଧାନସଭାର ଦୁଇଜଣ ବିଧାୟକଙ୍କର ସଭ୍ୟପଦ ରଦ୍ଦ ହୋଇଛି । ବିଧାୟକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ ହୋଇଛି । ଏନେଇ ରାଜ୍ୟ ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ବାଚସ୍ପତି ରଦ୍ଦ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ମାସ ୨ ତାରିଖରେ ଅରବିନ୍ଦ ବିଜେଡିରୁ ଇସ୍ତଫା ଦେଇଥିଲେ । ଏହାପରେ ୩ ତାରିଖରେ ସେ ବିଜେପିରେ ସାମିଲ ହୋଇଥିଲେ । ସେହିପରି ଗତ ଫେବୃଆରୀ ମାସ ୯ ତାରିଖରେ ପ୍ରେମାନନ୍ଦ ବିଜେଡିରୁ ଇସ୍ତଫା ଦେଇଥିବା ବେଳେ ପରବର୍ତ୍ତୀ ସମୟରେ ବିଜେପିରେ ସାମିଲ ହୋଇଥିଲେ । ତେଣୁ ଏହି ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିବାକୁ ବାଚସ୍ପତିଙ୍କୁ ବିଜେଡି ପକ୍ଷରୁ ଚିଠି କରାଯାଇଥିଲା ।

Get real time updates directly on you device, subscribe now.