fbpx

ଅଫଲାଇନରେ ମାଟ୍ରିକ ପରୀକ୍ଷା ଦେଲେ ସୋରଡ଼଼ା ବିଧାୟକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଅସନ୍ତୁଷ୍ଟ ପିଲାଙ୍କ ପାଇଁ ଆଜିଠାରୁ ଆରମ୍ଭ ହୋଇଛି ଅଫଲାଇନ୍ ମାଟ୍ରିକ୍ ପରୀକ୍ଷା । ଏହାରି ମଧ୍ୟରେ ଅଫଲାଇନରେ ମାଟ୍ରିକ ପରିକ୍ଷା ଦେଇଛନ୍ତି ଭଞ୍ଜନଗରର ସୋରଡ଼଼ା ବିଧାୟକ । ୪୯ ବର୍ଷୀୟ ସୋରଡ଼଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ମାଟ୍ରିକ ପରୀକ୍ଷା ଦେଇଥିବା ଜଣାପଡିଛି । ସେ ସୋରଡ଼ା ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଇଥିବା ସୂଚନା ମିଳିଛି ।

ତେବେ ରାଜ୍ୟରେ ୧୫ ହଜାର ୧୩୬ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ମୋଟ ୫୦୪ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । କୋଭିଡ ଗାଇଡଲାଇନ୍ ଅନୁସାରେ ପରୀକ୍ଷା ଅନୁଷ୍ଠିତ ହୋଇଛି । ଆଜିଠାରୁ ଅଗଷ୍ଟ ୫ ତାରିଖ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ନିର୍ଦ୍ଦିଷ୍ଟ ସମୟରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ଚେଷ୍ଟା କରିବୁ ବୋଲି ଗୁରୁବାର ଦିନ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ ।

Get real time updates directly on you device, subscribe now.