fbpx

ଇଡିର ୮ ଘଣ୍ଟା ଜେରା ପରେ ବାହାରିଲେ ବିଧାୟକ ପ୍ରଫୁଲ୍ଲ ସାମଲ

Advertisement

ଓଡ଼ିଶା ଭାସ୍କର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ୮ ଘଣ୍ଟା ଜେରା ପରେ ବାହାରିଲେ ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ। ଇଡିର ଜେରା ପରେ ଅଫିସରୁ ବାହାରି ସେ ନିଜର ପ୍ରତିକ୍ରିୟା ରଖିଛନ୍ତି। ଇଡିର ତଦନ୍ତରେ ସେ ସହଯୋଗ କରୁଥିବା ପ୍ରତିକ୍ରିୟାରେ କହିଛନ୍ତି। ତେବେ ଇଡି ପ୍ରଫୁଲ୍ଲଙ୍କୁ କେଉଁ ସବୁ ବିଷୟରେ ପଚାରଉଚରା କରିଛି ସେନେଇ ଚର୍ଚ୍ଚା ଦେଖିବାକୁ ମିଳୁଛି।

ସୂଚନା ଥାଉକି, ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି। ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ଫେବ୍ରୁଆରୀ ୧୭ ତାରିଖରେ ନୋଟିସ କରିଥିଲା। ସ୍ୱାସ୍ଥ୍ୟଗତ ସମସ୍ୟା ଜଣାଇ ସେ ଇଡିରେ ହାଜର ହେବାକୁ ଓକିଲ ଜରିଆରେ ସମୟ ମାଗିଥିଲେ ପ୍ରଫୁଲ୍ଲ । ପରବର୍ତ୍ତୀ ସମୟରେ ପୁଣି ଇଡି ପ୍ରଫୁଲ୍ଲଙ୍କୁ ହାଜର ହେବାକୁ ନୋଟିସ କରିଥିଲା। ତେଣୁ ଆଜି ପ୍ରଫୁଲ୍ଲ ଇଡିରେ ହାଜର ହୋଇଥିଲେ। ତେବେ କିଛି ତଳେ ପ୍ରଫୁଲ୍ଲ ସାମଲଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ ଇଡିର ୬ ଜଣିଆ ଟିମ୍ ଚଢ଼ାଉ କରିଥିଲା। ସେହିପରି ବିଧାୟକଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଇଡି ଚଢ଼ାଉ କରିଥିଲା। ଭଦ୍ରକ ସହରର ୬ଟି ସ୍ଥାନରେ ଓ ଭୁବନେଶ୍ୱରର ୪ଟି ସ୍ଥାନରେ ଇଡି ରେଡ୍‌ କରିଥିଲା। ସେଥି ମଧ୍ୟରେ ଭୁବନେଶ୍ୱରର ପଳାସପଲ୍ଲୀରେ ଥିବା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କ ଘରେ ବି ରେଡ ହୋଇଥିଲା।

 

Get real time updates directly on you device, subscribe now.