fbpx
BJD SKY
BJD SKY

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମାଡ ଘଟଣା, ୯ ଅଭିଯୁକ୍ତକୁ ଗିରଫ କଲା ପୋଲିସ

BJD

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମାଡ ମାରିବା ଘଟଣାରେ ପୋଲିସ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ବ୍ଲକ ସଭାପତି ନିର୍ବାଚନ ପୂର୍ବରୁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବାଣପୁର ବ୍ଲକ ପରିସରରେ ନିସ୍ତୁକ ମାଡ଼ ମାରିଥିଲେ । ଖୋର୍ଦ୍ଧା ଏସ୍‌ପିଙ୍କ ନିର୍ଦ୍ଦେଶରେ ଏସ୍‌ଡିିଓଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ କରି ସେମାନଙ୍କୁ ଗିରଫ କରିଛି ।

ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ତାଙ୍କ ଗାଡ଼ିକୁ ଭିଡ଼ ଭିତରକୁ ପୁରାଇ ଦେଇଥିଲେ । ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ । ତେବେ ଏହି ଘଟଣା ପରେ ଉତ୍ୟକ୍ତ ଜନତା ବିଧାୟକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ । ତାଙ୍କୁ ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ପ୍ରଶାନ୍ତ ଜଗଦ୍ଦେବ ଗତ ୨୨ ତାରିଖ ଅପରାହ୍ନରେ ହସ୍ପିଟାଲରୁ ବାହାରିବା ପରେ ଲୋକଙ୍କ ଉପରେ ଗାଡି ଚଢାଇବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା ।

Get real time updates directly on you device, subscribe now.