fbpx

ମମତାଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ, ୫ା୫: ଆଜି ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ମମତା ବାନାର୍ଜୀ ଶପଥ ଗ୍ରହଣ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମମତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟପାଳ ଜଗଦୀପ ଧନଖର ମମତାଙ୍କୁ ଶପଥ ପାଠ କରାଇବା ପରେ ମୋଦି ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଥିଲେ ।

ସୂଚନାଯୋଗ୍ୟ ଯେ, ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିଜେପି ଓ ଟିଏମସି ମଧ୍ୟରେ ଲଢ଼େଇ ଜୋରଦାର ହୋଇଥିଲା । ମମତା ନିଜ ଆସନରେ ପରାଜୟର ସାମନା କରିଥିଲେ ହେଁ ଦଳକୁ ବିଶାଳ ବିଜୟ ଦେଇଥିଲେ । ପ୍ରଧାନମନ୍ତ୍ରୀ ମଧ୍ୟ ବିଜେପି ପାଇଁ ପଶ୍ଚିମବଙ୍ଗରେ ପ୍ରଚାର କରିଥିଲେ । ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ନିର୍ବାଚନ ଏକ ସମୟରେ ଅନୁଷ୍ଠିତ ହୋଇଥିଲେ ହେଁ ପଶ୍ଚିମବଙ୍ଗ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିଲା ।

Get real time updates directly on you device, subscribe now.