fbpx
BJD SKY
BJD SKY

ଦିଲ୍ଲୀରେ ମୋଦୀ-ନବୀନ ସାକ୍ଷାତ: ରାଷ୍ଟ୍ରପତି ନିର୍ବାଚନରେ କାହାକୁ ସମର୍ଥନ କରିବ BJD, ଜାଣନ୍ତୁ ଏନେଇ କ’ଣ କହିଲେ ମୁଖ୍ୟମନ୍ତ୍ରୀ

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି । ତେବେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୋଦୀ-ନବୀନଙ୍କ ମଧ୍ୟରେ ଆଲୋଚନା ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଏନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି ।

ମୋଦୀଙ୍କ ସହ ସାକ୍ଷାତ ପରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, କୋଭିଡ୍ ମହାମାରୀ ପ୍ରଧାନମନ୍ତ୍ରୀଙ୍କ ସହ ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା । ଏହି ଅବସରରେ ବିଭିନ୍ନ ରାଜ୍ୟ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଛି । ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନାହିଁ । ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀଙ୍କୁ ମୁଁ ସହାୟତା ମାଗିଛି । ଆଉ କିଛି ସମୟ ପରେ ମୁଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବି ।

ସୂଚନାଯୋଗ୍ୟ ଯେ, ଆସନ୍ତା ଜୁଲାଇ ମାସ ୨୫ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର କାର୍ଯ୍ୟକାଳ ସମାପ୍ତ ହେବାକୁ ଯାଉଛି । ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପାଖରେ ୪୮.୯ ପ୍ରତିଶତ ଭୋଟ ରହିଥିବା ବେଳେ ବିରୋଧୀ ପାଖରେ ରହିଛି ୫୧.୧ ପ୍ରତିଶତ । ତେବେ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଜେପି ୧.୨ ପ୍ରତିଶତ ଭୋଟ ପଛରେ ରହିଛି । ତେଣୁ ଏଭଳି ସ୍ଥିତିରେ ବିଜେପି ଓଡ଼ିଶାର ବିଜେଡି, ଆନ୍ଧ୍ରପ୍ରଦେଶର ୱାଇଏସଆର କଂଗ୍ରେସ ଓ ବିହାରର ଜେଡିୟୁ ସହ ବୁଝାମଣା କରିବାକୁ ଚାହୁଁଛି । ନବୀନ ଆଜି ଦିଲ୍ଲୀ ଗସ୍ତ କରିଥିବାରୁ ମୋଦୀଙ୍କ ସହ ଉକ୍ତ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଥିଲା ।

Get real time updates directly on you device, subscribe now.