ଗରିବ ପରିବାରର ଝିଅଙ୍କ ବିବାହ କରିବେ ରାଜ୍ୟ ସରକାର, ଘୋଷଣା ହେଲା କନ୍ୟା ବିବାହ ଯୋଜନା

କନ୍ୟା ବିବାହ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ବଜେଟରେ ୧୨ କୋଟିର ବ୍ୟୟ ବରାଦ କରାଯାଇଛି ।

ଭୁୁବନେଶ୍ବର: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ପୂର୍ଣ୍ଣାଙ୍ଗ ବଜେଟ୍ ଅଚେ । ତେବେ ନୂଆ ସରକାର ଆସିବା ପରେ ଅନେକ ନୂଆ ଯୋଜନା ଆଣିଛନ୍ତି ସରକାର । ତେବେେ ଗରିବଙ୍କ ପାଇଁ କନ୍ୟା ଯୋଜନା ଘୋଷଣା କରିଛନ୍ତି ମୋହନ ମାଝୀ ।

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଘୋଷଣା କରାଯାଇଛି । ଏହି ଯୋଜନା ଅଧୀନରେ ଗରିବ ପରିବାରର ଝିଅଙ୍କ ବିବାହ କରିବେ ରାଜ୍ୟ ସରକାର  । ଏଥିପାଇଁ ବଜେଟରେ ୧୨ କୋଟିର ବ୍ୟୟ ବରାଦ କରାଯାଇଛି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ କହିଛନ୍ତି,  କିଶୋରୀ ସୁଭଦ୍ରା, ସୁଭଦ୍ରା ସଞ୍ଚୟ କାର୍ଯ୍ୟକାରୀ ହେବ । ସେହିପରି ସୁଭଦ୍ରା ସଖୀ, ସୁଭଦ୍ରା ଯାତ୍ରୀ, ସୁଭଦ୍ରା ସଂଘ କାର୍ଯ୍ୟକାରୀ, କୁହା ସୁଭଦ୍ରା କଲ ସେଣ୍ଟର, ସୁଭଦ୍ରା ସହଯୋଗୀ, ସୁଭଦ୍ରା ପଣ୍ଡିତ, ସୁଯୋଗ୍ୟ ସୁଭଦ୍ରା ଭଳି କାର୍ଯ୍ୟକ୍ରମ ଆରମ୍ଭହେବ ।