fbpx

ଅତି ଭୀଷଣ ବାତ୍ୟାର ରୂପ ନେଲା ‘ମୋକା’, ୧୭୫ କିମି ସହ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା

Advertisement

ଭୁବନେଶ୍ୱର: ଅତି ଭୀଷଣ ବାତ୍ୟା’ର ରୂପନେଲା ‘ମୋକା’ । ଗତିପଥ ବଦଳାଇ ବାଂଲାଦେଶ-ମିୟାଁମାର ମୁହାଁ ହେବ । ମେ ୧୪ରେ ବାଂଲାଦେଶ-ମିୟାଁମାର ଅତିକ୍ରମ କରିବ । ଅତିକ୍ରମ ବେଳେ ପବନ ୧୭୫ କିମି ମଧ୍ୟରେ ବହିବ ବୋଲି ସମ୍ଭାବନା ରହିଛି । ଆଜି ସକାଳ ୫.୩୦ର ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ବେଗ ୯କିମି ହାରରେ ଉତ୍ତରଆଡକୁ ଗତିକରୁଛି । ୧୩.୨ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୮.୧ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ କେନ୍ଦ୍ରୀଭୂତ ରହିବା ସହ ପୋର୍ଟବ୍ଲେୟାର ଠାରୁ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ୫୨୦ କିମି ଏବଂ ବଙ୍ଗଳଦେଶର କକ୍ସ ବଜ଼ାରଠାରୁ ଦକ୍ଷିଣଦକ୍ଷିଣ ପଶ୍ଚିମ ଦିଗରେ ୧୦୧୦ କିମି ଏବଂ ମିଆଁମାରର ସ୍ୱଇଟେ ଠାରୁ ସମାନ ଦିଗରେ ୯୩୦ କିମି ଦୂରରେ ସକ୍ରିୟ ରହିଛି ।

ଏହା ଧୀରେଧୀରେ ଗତିର ଦିଗ ପରିବର୍ତ୍ତନ କରି ଉତ୍ତରଉତ୍ତର-ପୂର୍ବ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହା ଏକ ଅତି ଭୀଷଣ ବାତ୍ୟା ଭାବେ ୧୪ ତାରିଖ ମଧ୍ୟାହ୍ନ ସମୟରେ ଦକ୍ଷିଣପୂର୍ବ ବାଙ୍ଗଲାଦେଶ ଏବଂ ଉତ୍ତର ମିଆଁମାର ଉପକୂଳକୁ କକ୍ସ ବଜାର (ବଙ୍ଗଳଦେଶ) ଏବଂ କ୍ୟାୟପିୟୁ (ମିଆଁମାର) ମଧ୍ୟରେ ମିଆଁମାରର ସ୍ୱଇଟେ ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ ପବନ ଘଣ୍ଟାପ୍ରତି ୧୫୦ରୁ ୧୬୦ ଏବଂ ସର୍ବାଧିକ ୧୭୫ କିମି ସହ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ।

ତେବେ ଏହାର ପ୍ରଭାବ ଓଡ଼ିଶାରେ ଅନୁଭୂତ ହୋଇନାହିଁ କିମ୍ବା ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି ।ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ‘ଓଡ଼ିଶାକୁ ବାତ୍ୟା ଜନିତ ପବନ କି ବର୍ଷା, କିଛି ହେବନି। ବାତ୍ୟା ଜନିତ ପବନ କି ବର୍ଷା ଓଡ଼ିଶା ଏବଂ ଆନ୍ଧ୍ରରେ ହେବନି’ ବୋଲି ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରି ଦଆଯାଇଛି ।

Get real time updates directly on you device, subscribe now.