fbpx

ଓଡ଼ିଶାରେ ପଡ଼ିଲା ମୌସୁମୀର ପ୍ରଭାବ : ୫ ଦିନ ଯାଏଁ ଲାଗିରହିବ ବର୍ଷା

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଛି ମୌସୁମୀ ବର୍ଷା । ଆସନ୍ତା ୫ ଦିନ ଯାଏଁ ବର୍ଷା ଲାଗିରହିବା ନେଇ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

ସେପଟେ ଆସନ୍ତାକାଲି ପାଇଁ ରାଜ୍ୟର ୧୩ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢ଼େଙ୍କାନାଳ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ସବୁ ଜିଲ୍ଲାରେ ବର୍ଷାକୁ ଦୃଷ୍ଟିରେ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ସୂଚନାଯୋଗ୍ୟ, ସୋମବାର ଓଡ଼ିଶାର ସବୁ ପ୍ରାନ୍ତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିସାରିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଥିଲା ।

Get real time updates directly on you device, subscribe now.