fbpx

୧୧,୧୨ରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା!

ଭୁବନେଶ୍ୱର, ୮ା୬(ଓଡ଼ିଶା ଭାସ୍କର): ଆସନ୍ତା ୧୧,୧୨ ତାରିଖରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି । ଏହାସହ୪୮ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ-କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ୨୪ଘଣ୍ଟା ପରେ ଘନିଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରିବା ନେଇ ପୂର୍ବାନୁମାନ କରାଯାଇଛି । ତେଣୁ ୧୦ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ଆଶଙ୍କା ରହିଛି । ୧୦ ଓ ୧୨ରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.