fbpx

ସକ୍ରିୟ ହେଉଛି ମୌସୁମୀ : କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତରପୂର୍ବ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗର ସୂଚନା ଅନୁଯାୟୀ ଉତ୍ତରପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରପଡା, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଉତ୍ତରପୂର୍ବ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଭାଗର ସୂଚନା ଅନୁଯାୟୀ ଉତ୍ତରପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରପଡା, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ବିଭାଗ ସୂଚନା ଦେଇଛି । ଏହି ଦୁଇ ଜିଲ୍ଲାରୁ ୧୨ ରୁ ୨୦ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏଣୁ ଏହି ଦୁଇ ଜିଲ୍ଲାକୁ ଏଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସମ୍ବଲପୁର, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଗଞ୍ଜାମ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଜିଲ୍ଲାରେ ୭ ରୁ ୧୧ସେମି ବର୍ଷାର ସମ୍ଭାବନା ରହିଛି । ସେହିପରି ବୌଦ୍ଧ, ଢ଼େଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଜଗତ୍‌ସିଂହପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ସେମି ବର୍ଷାର ସମ୍ଭାବନା ଥିବା ବିଭାଗ ପକ୍ଷରୁ ସୂଚନା ଦିଆଯିବା ସହ ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ସମୟରେ ତଳି ଅଞ୍ଚଳରେ ପାଣି ଜମିବାର ମଧ୍ୟ ସମ୍ଭାବନା ଥିବା ବିଭାଗ ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.