fbpx

ଜୁନ ୧୨ରେ ଓଡ଼ିଶାରେ ପହଞ୍ଚିବ ମୌସୁମୀ! ପାଣିପାଗ ବିଭାଗର ରିପୋର୍ଟ ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଗତକାଲି ବଲାଙ୍ଗିର ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୪୬.୩ ଡିଗ୍ରୀ ସେଲସିୟସ୍ ରହିଥିବା ବେଳେ ଆଜି ୪୭ ଡିଗ୍ରୀରେ ପହଞ୍ଚିଛି । ଝାରସୁଗୁଡ଼ାର ତାପମାତ୍ରା ୪୭ ଡିଗ୍ରୀରେ ପହଞ୍ଚିବା ସହ ମେ ମାସର ସର୍ବକାଳୀନ ରେକର୍ଡ ଭାଙ୍ଗିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଏହା ମଧ୍ୟରେ ରାଜ୍ୟବାସୀଙ୍କ ଆସିଛି ଏକ ବଡ଼ ଆଶ୍ୱସ୍ତିକର ଖବର ।

ଏହା ମଧ୍ୟରେ ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଉତ୍ତର-ପୂର୍ବ ଆଡ଼କୁ ଅଗ୍ରସର ହୋଇ ତା’ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି । ମୌସୁମୀର ଆଗମନ ପରେ ଦେଶବାସୀଙ୍କୁ ଅସହ୍ୟ ଗ୍ରୀଷ୍ମ ପ୍ରକୋପରୁ ଯଥାଶୀଘ୍ର ମୁକ୍ତି ମିଳିବ । ମେ ୩୧ ସୁଦ୍ଧା ମୌସୁମୀ ବାୟୁ କେରଳ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଥିବା ବେଳେ ଧାର୍ଯ୍ୟ ସମୟର ଗୋଟିଏ ଦିନ ପୂର୍ବରୁ ମୌସୁମୀ କେରଳ ଛୁଇଁଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟର କୋଟାୟାମ ଜିଲ୍ଲାର କିଛି ସ୍ଥାନରେ ପ୍ରଥମ ମୌସୁମୀ ବର୍ଷା ରେକର୍ଡ କରାଯାଇଛି ।

ତେବେ ଖୁବଶୀଘ୍ର ଓଡ଼ିଶାବାସୀ ପ୍ରବଳ ତାତି ଯନ୍ତ୍ରଣାରୁ ମୁକ୍ତ ପାଇବେ । ଜୁନ ୧୨ରେ ମୌସୁମୀ ରାଜ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି । ଅରୁଣାଚଳ ପ୍ରଦେଶ, ତ୍ରିପୁରା, ନାଗାଲାଣ୍ଡ, ମେଘାଳୟ, ମଣିପୁର, ମିଜୋରାମ ଓ ଆସାମରେ ସାଧାରଣ ମୌସୁମୀ ଜୁନରେ ଆରମ୍ଭ ହେବ । ଜୁନ ୧୨ ପରେ ଓଡ଼ିଶାକୁ ମୌସୁମୀ ଆସିବାର ସମ୍ଭାବନା ରହିଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.