ଫେରିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ: ୪ ଜିଲ୍ଲାରେ ପ୍ରବଳ ବର୍ଷା, ଭୂସ୍ଖଳନ ନେଇ ସତର୍କ ସୂଚନା

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ବେଶ୍ କିଛି ଦିନ ହେବ ରାଜ୍ୟରୁ ଫେରାର ହୋଇଯାଇଥିବା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣି ଥରେ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ୨୨ରୁ କମିବ ବର୍ଷା ପରିମାଣ ଭୂସ୍ଖଳନ ନେଇ ସତର୍କ ସୂଚନା ଦିଆଯାଇଛି । ଏହି ମୌସୁମୀ ବାୟୁ ପଶ୍ଚିମ ରାଜସ୍ଥାନ ଓ ଗୁଜରାଟର କଚ୍ଛ ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ କରୁଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗତ ୨ ଦିନ ହେବ ଲଗାଣ ବର୍ଷା ଜାରି ରହିଛି । ତେବେ ଉପକୂଳ ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି । ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ଥିବା ବିଭାଗ ପକ୍ଷରୁ କୁହାଯାଇଛି । ବର୍ଷା ଫଳରେ କେତେକ ସ୍ଥାନରେ ଭୂସ୍ଖଳନ ହେବା, ଚାଷଜମିରେ ପାଣି ଜମିବା, କଚ୍ଚାଘର ଭାଙ୍ଗିଯିବା ଓ ରାସ୍ତା ଧୋଇହୋଇଯିବାର ଆଶଙ୍କା ଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି ।

ଏଥିସହ ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ସମ୍ଭାବନା ରହିଛି । ସେହିପରି ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ନୟାଗଡ଼ରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବୁଧବାର ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ତଥା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ୨୧ ତାରିଖ ଅର୍ଥାତ୍ ବୁଧବାର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ୨୨ ତାରିଖରୁ ବର୍ଷାର ପରିମାଣ କମିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।