fbpx

ତାତିରୁ ମିଳିବ ତ୍ରାହି: ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଛି ।

ଅନ୍ୟପଟେ ଉତ୍ତର ଅଭ୍ୟନ୍ତର ଓଡ଼ିଶାର କେତେକ ଜିଲ୍ଲା, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ବର ଏବଂ ଭଦ୍ରକ ଆଦି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସଙ୍ଗେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି।

ଏହାଛଡ଼ା, ଅଭ୍ୟନ୍ତର ଓଡ଼ିଶାର କେତେକ ଜିଲ୍ଲା, ଗଜପତି, ଗଞ୍ଜାମ ଏବଂ ଓଡ଼ିଶାର ବାକି ଜିଲ୍ଲାମାନଙ୍କରେ ମଧ୍ୟ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା କଥା ପାଣିପାଗ ବିଭାଗ କହିଛି।

Get real time updates directly on you device, subscribe now.