fbpx

ପାଣିପାଗ ବିଭାଗ ପକ୍ଷରୁ ସୂଚନା: ଜୁନ୍ ୧୦ ସୁଦ୍ଧା ଓଡ଼ିଶା ଛୁଇଁବ ମୌସୁମୀ

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଏବେ ଅସହ୍ୟ ଗୁଳୁଗୁଳି ହେବା ସହିତ ତାହା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି । ତେବେ ତାତିରୁ ଖୁବଶୀଘ୍ର ଆଶ୍ୱସ୍ତି ମିଳିବାକୁ ଯାଉଛି । ଆସନ୍ତା ୧୦ ତାରିଖ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨-୩ ଦିନ ମଧ୍ୟରେ ମୌସୁମୀ ଦକ୍ଷିଣ ଓଡ଼ିଶା ସ୍ପର୍ଶ କରିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ବିଭାଗ ମୁତାବକ, ସାଧାରଣ ଭାବେ ଜୁନ୍ ମାସର ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ । ଏବେ ରାଜ୍ୟକୁ ମୌସୁମୀ ଆସିବା ନେଇ ପାଗ ଅନୁକୂଳ ରହିଛି । ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳରେ ପହଞ୍ଚିଥିଲା । ସେହିପରି ରାଜ୍ୟରେ ଆଗାମୀ ୪ ଦିନ ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ବଢ଼ିବାର ସମ୍ଭାବନା ରହିଛି । ବଲାଙ୍ଗିର, ବରଗଡ଼, ନୂଆପଡ଼ା ଆଦି ଜିଲ୍ଲାମାନଙ୍କରେ ୫ ଦିନ ପର୍ଯ୍ୟନ୍ତ ଗୁଳୁଗୁଳି ହେବା ନେଇ ଆକଳନ କରାଯାଇଛି । ସେହିପରି ଆଜି ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.