fbpx
BJD SKY
BJD SKY

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

BJD

ଭୁବନେଶ୍ୱର, ୧୩ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି । ବର୍ତ୍ତମାନ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୫୯୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୨୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୩, ଗଜପତିରୁ ୧୮, ସୋନପୁରରୁ ୧୩, ବାଲେଶ୍ୱରରୁ ୧୨, ବଲାଙ୍ଗିରରୁ ୮, ଖୋର୍ଦ୍ଧାରୁ ୮, ମୟୂରଭଞ୍ଜରୁ ୭, କଟକରୁ ୪, ଯାଜପୁରରୁ ୩, ନୟାଗଡ଼ରୁ ୩, ନୂଆପଡ଼ାରୁ ୩, ଢ଼େଙ୍କାନାଳରୁ ୨, ପୁରୀରୁ ୨, ରାୟଗଡ଼ାରୁ ୨, କେନ୍ଦ୍ରାପଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.