fbpx

ବଡ଼ ଖବର, ରାଜ୍ୟରେ ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୭ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଜି ନୂଆ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୭୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୫ କ୍ୱାରେଣ୍ଟିନ ସେଣ୍ଟରର ଓ ୩୦ ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ଗଜପତିରୁ ସର୍ବାଧିକ ୫୭, ଖୋର୍ଦ୍ଧାରୁ ୨୫, ପୁରୀରୁ ୧୮, ବରଗଡ଼ରୁ ୧୧, ଜଗତସିଂହପୁରରୁ ୭, କନ୍ଧମାଳରୁ ୭, ବାଲେଶ୍ୱରରୁ ୬, ମୟୁରଭଞ୍ଜରୁ ୫, ସୁନ୍ଦରଗଡ଼ରୁ ୫, ନୂଆପଡ଼ାରୁ ୪, କଟକରୁ ୩, ବଲାଙ୍ଗୀରରୁ ୩, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.