fbpx

ଖୁସି ଖବର: ଓଡ଼ିଶାରୁ ଆଜି ୨ ହଜାର ୮୯୬ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

Advertisement

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨ ହଜାର ୮୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୯ ଲକ୍ଷ ୩ ହଜାର ୧୭୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କଟକରୁ ସର୍ବାଧିକ ୪୯୬ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୪୦, ବାଲେଶ୍ୱରରୁ ୩୯୬, ମୟୁରଭଞ୍ଜରୁ ୨୧୯, ପୁରୀରୁ ୧୮୮, ଯାଜପୁରରୁ ୧୬୨, ନୟାଗଡ଼ରୁ ୧୩୦, ଭଦ୍ରକରୁ ୧୨୮, ମାଲକାନଗିରିରୁ ୮୮, ଜଗତସିଂହପୁରରୁ ୮୬, କେନ୍ଦ୍ରାପଡ଼ାରୁ ୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

Get real time updates directly on you device, subscribe now.