fbpx

ବଡ ଖବର: ରାଜ୍ୟରେ ଆଜି ପୁଣି ୫୪୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧୪ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୫୪୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୮୦ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରେ ସର୍ବାଧିକ ୧୮୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୮୭, ସୁନ୍ଦରଗଡ଼ରୁ ୫୨, କଟକରୁ ୩୯, ଗଜପତିରୁ ୨୯, ରାୟଗଡ଼ାରୁ ୨୪, କେନ୍ଦୁଝର ଓ ମୟୂରଭଞ୍ଜରୁ ୨୨ ଜଣ ଲେଖାଏଁ ପିଜିଟିଭ, ମାଲକାନଗିରି ୧୧, କେନ୍ଦ୍ରାପଡ଼ା ୧୦, ବାଲେଶ୍ବର ୮, ପୁରୀ ୭, ଝାରସୁଗୁଡ଼ା ୬, ବୌଦ୍ଧ ୭, ବଲାଙ୍ଗିର ୫, ବରଗଡ଼ରୁ ୩ ଜଣ ପଜିଟିଭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.