fbpx

ରାଜ୍ୟରେ ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୭ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଅଜି ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୦୪୭କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୭୫ ଆକ୍ରାନ୍ତଙ୍କ ମଧ୍ୟରୁ କନ୍ଧମାଳରୁ ସର୍ବାଧିକ ୧୪, କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୧୦, ଭଦ୍ରକରୁ ୯, ଯାଜପୁରରୁ ୭, ମୟୁରଭଞ୍ଜରୁ ୬, ଗଞ୍ଜାମରୁ ୪, କଟକରୁ ୩, ବାଲେଶ୍ୱରରୁ ୨, ଜଗତସିଂହପୁରରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, ବଲାଙ୍ଗୀରରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.