fbpx
BSKY
BJD SHG SKY
BJD YOUTH SKY

ରାଜ୍ୟରେ ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୯ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ କରେନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୯୭୭କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୯୦ ଆକ୍ରାନ୍ତଙ୍କ ମଧ୍ୟରେ ଜଗତସିଂହପୁରରୁ ୨୩, ଯାଜପୁରରୁ ୨୨, ଭଦ୍ରକରୁ ୨୧, ଗଞ୍ଜାମରୁ ୧୫, କଟକରୁ ୩, ଖୋର୍ଦ୍ଧାରୁ ୨, ସମ୍ବରଲପୁରରୁ ୨, ବାଲେଶ୍ୱରରୁ ଜଣେ ଓ ନୟାଗଡ଼ରୁ ମଧ୍ୟ ଜଣେ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୭୨୩ ଥିବା ବେଳେ ସେମାନଙ୍କ ମଧ୍ୟରୁ ୯୭୭ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ମୋଟ ୭୩୭ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.