fbpx

ରାଜ୍ୟରେ ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା, ଆଉ ୯୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୩୦ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଆଉ ୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୯୬ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୬, ଯାଜପୁରରୁ ୬, କଟକରୁ ୬, ଜଗତସିଂହପୁରରୁ ୬, କେନ୍ଦ୍ରାପଡ଼ାରୁ ୧୦, ଗଜପତିରୁ ୧୦, ଭଦ୍ରକରୁ ୭, ବଲାଙ୍ଗୀରରୁ ୭, ସୁନ୍ଦରଗଡ଼ରୁ ୭, ବାଲେଶ୍ୱରରୁ ୪, ନୂଆପଡ଼ାରୁ ୪, ଦେବଗଡ଼ରୁ ୪, ଖୋର୍ଦ୍ଧାରୁ ୯, କଳାହାଣ୍ଡିରୁ ୫, ଢ଼େଙ୍କାନାଳରୁ ୨, ପୁରୀ, ନୟାଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୭୭ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୮୩୩ଜଣ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.