fbpx

Indian Oilରେ ୧୬୦୦ରୁ ଅଧିକ ପଦ ଖାଲି: ଓଡ଼ିଶାର ପ୍ରାର୍ଥୀଙ୍କ ପାଇଁ ବଡ଼ ସୁଯୋଗ

Advertisement

ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (ଆଇଓସିଏଲ) ପକ୍ଷରୁ ୧୬୦୩ଟି ପଦ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ଟେକ୍ନିସିଆନ, ଟ୍ରେଡ ଓ ଗ୍ରାଜୁଏଟ ଆପ୍ରେଣ୍ଟିସ ପଦରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ୱେବସାଇଟ୍ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।

ଡିସେମ୍ବର ମାସ ୧୬ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଜାନୁଆରୀ ମାସ ୧ ତାରିଖରେ ସମାପ୍ତ ହେବ । ନଭେମ୍ବର ମାସ ୩୦ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୧୮ ଓ ସର୍ବାଧିକ ବୟସ ୨୪ ବର୍ଷ ହୋଇଥିବା ଆବଶ୍ୟକ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ଅନ୍ୟ ପଛୁଆ ବର୍ଗ (ଓବିସି) (ଏନସିଏଲ) ଓ ପିଡବ୍ଲ୍ୟୁଡି ପ୍ରାର୍ଥୀଙ୍କ ପାଇଁ ବୟସ କୋହଳ କରାଯାଇଛି ।

ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ପଦ ସଂଖ୍ୟା ଅଲଗା ଅଲଗା ରହିଛି । ଓଡ଼ିଶାର ପ୍ରାର୍ଥୀଙ୍କ ପାଇଁ ୪୫ଟି ପଦ ସଂରକ୍ଷିତ ରହିଛି । ଟ୍ରେଡ ଆପ୍ରେଣ୍ଟିସ ପାଇଁ ପ୍ରାର୍ଥୀ ଦଶମ, ଦ୍ୱାଦଶ, ଆଇଟିଆଇ (ଏନସିଭିଟି / ଏସସିଭିଟି) ପାସ୍ କରିଥିବେ । ସେହିପରି ଟେକ୍ନିସିଆନ ଆପ୍ରେଣ୍ଟିସ ପାଇଁ ପ୍ରାର୍ଥୀ ଯେ କୌଣସି ବିଷୟରେ ଡିପ୍ଲୋପା ପାସ୍ ଓ ଗ୍ରାଜୁଏଟ ଆପ୍ରେଣ୍ଟିସ ପାଇଁ ସ୍ନାତକ ପାସ୍ କରିଥିବା ଆବଶ୍ୟକ ।

ନୋଟିଫିକେସନ ଲିଙ୍କ: https://iocl.com/

Get real time updates directly on you device, subscribe now.