fbpx

ଦେଶରେ ପ୍ରଥମଥର ପାଇଁ ଦିନକରେ ୫୨ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ,୩୦ ।୭:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩୪,୯୬୮ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଦେଶରେ ପ୍ରଥମ ଥର ପାଇଁ ଗୋଟିଏ ଦିନରେ ୫୨ ହଜାର ୧୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷ ୮୩ ହଜାର ୭୯୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୫,୨୮,୨୪୨ ଜଣ ଚିକିତ୍ସିତ ହେଉଥିବା ବେଳେ ୧୦,୨୦,୫୮୨ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମହାରାଷ୍ଟ୍ରରେ ସର୍ବାଧିକ ୧୪ହଜାର ୧୬୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦିଲ୍ଲୀରେ ୩୮୮୧, ତାମିଲନାଡୁରେ ୩,୬୫୯, ଗୁଜରାଟରେ ୨୩୭୨ ଜଣଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.