fbpx
BSKY
BJD SHG SKY
BJD MC SKY

JNUରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ପାଇଁ MOU ସ୍ଵାକ୍ଷରିତ

ଓଡ଼ିଶା ଭାସ୍କର: ନୂଆଦିଲ୍ଲୀ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ରେ ଓଡ଼ିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ପାଇଁ ଓଡିଶା ସରକାର ଓ JNU ମଧ୍ୟରେ MOU ସ୍ଵାକ୍ଷରିତ ହୋଇଛି। ଆଜି ଲୋକସେବା ଭବନ ଠାରେ ଏହି ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ତରଫରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ ଜେଏନ୍‌ୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ରରେ ସ୍ଵାକ୍ଷର କରିଛନ୍ତି। ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଏହି ସ୍ଵାକ୍ଷରିତ ହୋଇଛି। ଅନ୍ୟପଟେ ଏହି ବୁଝାମଣାପତ୍ର ସ୍ଵାକ୍ଷରିତ ସମୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ। ତେବେ ଓଡ଼ିଆ ଭାଷାରେ ପ୍ରଗତିଶୀଳ ଗବେଷଣା ନିମନ୍ତେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସହଭାଗିତା ଓ ସହଯୋଗିତା, ଆମର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ତଥା ପ୍ରୋତ୍ସାହନ ନିମନ୍ତେ ଉଲ୍ଲେଖନୀୟ ଭିତ୍ତି ନିର୍ମାଣ ଏହି ବୁଝାମଣା ପତ୍ରର ମୁଖ୍ୟ ଉଦ୍ଦେଶ୍ୟ ବୋଲି କୁହାଯାଇଛି।

Get real time updates directly on you device, subscribe now.